Corona : ରାଜ୍ୟର ସମସ୍ତ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ; କଟକଣା ଜାରିକଲା ସ୍ବାସ୍ଥ୍ୟ ବିଭାଗ |

Share Now:

👇ଖବର ଶୁଣିବା ପାଇଁ ଏଠାରେ କ୍ଲିକ୍ କରନ୍ତୁ

Last Updated:

Corona : ରାଜ୍ୟର ସମସ୍ତ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ; କଟକଣା ଜାରିକଲା ସ୍ବାସ୍ଥ୍ୟ ବିଭାଗ
Corona : ରାଜ୍ୟର ସମସ୍ତ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ; କଟକଣା ଜାରିକଲା ସ୍ବାସ୍ଥ୍ୟ ବିଭାଗ

Corona Update : ରାଜ୍ୟର ସମସ୍ତ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ କଲେ ରାଜ୍ୟ ସରକାର । କଟକଣା ଜାରିକଲା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସ୍ବାସ୍ଥ୍ୟସେବା ସହ ସଂପୃକ୍ତ ସମସ୍ତ ବ୍ୟକ୍ତ ପିନ୍ଧିବେ ମାସ୍କ ।

ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୮,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୧୭୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭,୧୭୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୯୯,୧୬୭ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୩୪୫କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୩,୦୧,୮୬୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୭% ରହିଛି।

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୯.୧୬% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୫.୪୧% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୫,୬୮୩କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୫%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୩୯,୭୩୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୭୮,୩୪୨ଟି ନମୁନା।

Source link

ଅଧିକ ପଢ଼ନ୍ତୁ

traffic tail